Home ଓଡ଼ିଶା ବ୍ଲକ କଲୋନୀ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ମହାଆଡମ୍ବରରେ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ କ୍ଲଷ୍ଟର ର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଲୋକକଳା-୨୦୨୪ କ.ନୂଆଗାଁ ସ୍ଥିତ ବ୍ଲକ କଲୋନୀ ଉ.ପ୍ରା. ବିଦ୍ୟାଳୟ ଠାରେ ସିଆରସିସି ସୁଜିତ୍ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମହାଆଡମ୍ବରରେ ରେ ଆୟୋଜିତ ହୋଇଯାଇଛି । ଏଥିରେ କ୍ଲଷ୍ଟର ର ସମସ୍ତ ବିଦ୍ୟାଳୟ ରୁ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ଓଡିଶାର ଲୋକ କଳା, ସ୍ଥାପତ୍ୟ, ଶିଳ୍ପ କଳା, ଚିତ୍ରାଙ୍କନ, ନୃତ୍ୟ, ସଂଗୀତ, ବକୃତା, ସୃଜନଶୀଳ ଲିଖନ ମାଧ୍ୟମରେ ପିଲାଙ୍କ ହୃଦୟରେ କିପରି ଓଡ଼ିଆ ର ଗର୍ବ, ଗୌରବ,ପରିଚୟ ଓ ସ୍ବାଭିମାନ ଅକ୍ଷୁର୍ଣ୍ଣ ରହିବ ସେଥିରେ ସ୍ଥାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ଉଦଘାଟନୀ ସଭାରେ ବି. ଆରସିସି ଚୈତନ୍ୟ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ନାଥ ଦାଶ, ହରିହର ମଲିକ, ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ରଥ, ଶ୍ରୀମତୀ ସୁଷମା ନାୟକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦେଇ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଉଦଯାପନୀ ସଭାରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ମଲିକ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ନାଥ ଦାଶ, ହରିହର ମଲିକ ଓ ଶ୍ରୀମତୀ ସୁଷମା ନାୟକ କୃତିତ୍ବ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ l କୁଡୁତୁଲି ଓ କିଲୁପଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟକାନ୍ତ ସାହୁ, ରାଧାକାନ୍ତ ପ୍ରଧାନ, ତଥା କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଉପକୃତ ହୋଇଥିବା ଛାତ୍ର ଛାତ୍ରୀ ଆସନ୍ତା ଅକ୍ଟୋବର ୪ ତାରିଖ ରେ କ.ନୂଆଗାଁ ଠାରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026 Utkal Hospital Observes World Heart Day by Proprietor Abhimanyu Maharana October 1, 2026