ଆଦର୍ଶ ଶିଶୁ ନିକେତନ : ବନମାଳୀପୁରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ

୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିପାଟଣା :-> ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ବନମାଳୀପୁରର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଆଦର୍ଶ ଶିଶୁ ନିକେତନରେ ଅନ୍ତଃ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଛି । ଶିଶୁ ପ୍ରାରମ୍ଭ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୬୫ଟି ପ୍ରକଳ୍ପ କୁନି ବୈଜ୍ଞାନିକ ମାନଙ୍କ ଦ୍ଵାରା ପଦଶ୍ରିତ କରା ଯାଇଥିଲା । ଉକ୍ତ ବିଜ୍ଞାନ ମେଳାରେ ମୁଖ୍ୟ ଅତିଥି ରୂପେ ବାଲିପାଟଣା ବ୍ଲକ ଉପ ଶିକ୍ଷାଧିକାରିଣୀ ଶ୍ରୀମତୀ ମଞ୍ଜୁଲତା ରାଉତ ଯୋଗଦେଇ ପିଲାମାନଙ୍କୁ ଉତ୍ସାହିତ କରିବା ସହିତ ଜୁନିୟର ଓ ସିନିୟର ବିଭାଗରେ ପ୍ରଥମ , ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଭା ମାନଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ନିକଟସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ ବନମାଳୀପୁରର ବିଜ୍ଞାନ ବିଭାଗର ଶିକ୍ଷୟତ୍ରୀ ତରାନା ପରୱିନ ଓ ଇତିନା ଦାସ ବିଚାରକ ଭାବେ ଯୋଗଦେଇ ପ୍ରତିଭାମାନଙ୍କୁ ଚୟନ କରିଥିଲେ । ବିଦ୍ୟାଳୟର ସଂପାଦକ ସୁରେନ୍ଦ୍ର ନାଥ ସାହୁ ଓ ଅଧ୍ୟକ୍ଷା ଶ୍ରୀମତୀ ଶୈଳବାଳା ମେକାପଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ସମସ୍ତ କାର୍ଯ୍ୟକ୍ରମ ସମ୍ପାଦନ କରାଯାଇଥିଲା । ସମସ୍ତ ଅତିଥି ଓ ବିଚାରକ ମାନଙ୍କୁ ବିଦ୍ୟାଳୟ ତରଫରୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ପରିଚାଳନା କମିଟି ର ସଦସ୍ୟ ମାନେ ସହଯୋଗ କରିଥିଲେ ।

Exit mobile version