୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଚଳିତ ବର୍ଷ କାର୍ତ୍ତିକ ହବିଷ୍ୟାଳୀ ବ୍ରତ ବା ରାଇଦାମୋଦର ବ୍ରତ ପାଇଁ ଆବେଦନ ପ୍ରକ୍ରିୟା କେବଳ ଅନଲାଇନ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ପାଇଁ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନେଇ ଏକ ବୈଠକ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ହବିଷ୍ୟାଳୀ ମା ମାନେ ମାସେ ଧରି ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କ ରେ ରହିବାକୁ ଥିବାରୁ ସେମାନଙ୍କ ସୁସ୍ଥ ଓ ସୁରକ୍ଷିତ ରହଣି ବ୍ୟବସ୍ଥା,ସ୍ନାନ, ପ୍ରାତଃ ରୁ ମହାପ୍ରଭୁଙ୍କ ଦର୍ଶନ,ମହାପ୍ରସାଦ ସେବନ, ସଂଧ୍ୟାରେ ଭଜନ, କୀର୍ତ୍ତନ ବ୍ୟବସ୍ଥା କୁ ସୁ ନିୟନ୍ତ୍ରିତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।

