୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ :-> ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ପ୍ରକଳ୍ପ ପ୍ରଶାସକ,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା,ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶ୍ରୀ ମମତା ରାଣୀ ପରିଡ଼ା,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ, ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ଶ୍ୟାମଘନ ଭୂୟାଁ, ଗଜପତି ଜିଲ୍ଲା ଶିକ୍ଷା ନିରୀକ୍ଷକ ଶ୍ରୀ ରମେଶ ଚନ୍ଦ୍ର ଦାସ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସୁରେଶ କୁମାର ସାହୁ ପ୍ରମୁଖ ମଞ୍ଚାସିନଥିଲେ।

