୧/ ୧୦ /୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲାର ଆର, ଉଦୟଗିରି ବ୍ଲକ ଅନ୍ତର୍ଗତ କେ. ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟରେ ଗୋଷ୍ଠୀଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବିରେନ୍ଦ୍ର ମଣ୍ଡଳଙ୍କର ସଭାପତିତ୍ଵର ଏବଂ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ କ୍ରମେ ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୋହନା ବିଧାୟକ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ ମୂଖ୍ୟ ଅତିଥି ଭାବରେ ଯୋଗଦାନ କରିବା ସହିତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଯୁଧିଷ୍ଠିର ବେହେରା ଏବଂ ଶ୍ରୀଯୁକ୍ତ ଶ୍ରୀନିବାସ ବେହର୍ଦଳାଇ ସମ୍ମାନିତ ଅତିଥି ଭାବରେ କାର୍ଯକ୍ରମକୁ ସଫଳ କରାଇଥିଲେ ।

