୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଲବାରସିଂ ରେ ଆଜି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ତେବେ ଏହି କାର୍ଯ୍ୟକ୍ରମରେ ପ୍ରାୟ ୧୨ ଟି ସ୍କୁଲର ସମସ୍ତ ପ୍ରଧାନ ଶିକ୍ଷକ,୪୦ରୁ ଉର୍ଦ୍ଧ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ। ୨୪୦ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ ।

