Home ଓଡ଼ିଶା ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ – ପ୍ରଣବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ । ୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଯାଜପୁର ବିଧାନସଭା ଦେଖିପାରେ ଉପନିର୍ବାଚନ, ଇସାରା ଦେଲେ ପୂର୍ବତନ ମନ୍ତ୍ରୀ ଓ ବିଜୁ ଜନତା ଦଳର ପ୍ରଭାବଶାଳୀ ନେତା ପ୍ରଣବ ପ୍ରକାଶ ଦାସ (ବବି) । ସେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି । ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଓଡ଼ିଶାରେ ବିଜୁ ଜନତା ଦଳ ପଦଯାତ୍ରା କରିଛି । ଏହି ଅବସରରେ ନେତା ମାନେ ନିଜ ନିଜ ଅଞ୍ଚଳରେ ପଦଯାତ୍ରା କରିଛନ୍ତି। ଆଉ ବବି ଯାଜପୁରରେ ପଦଯାତ୍ରା ସମାବେଶରେ ଯୋଗ ଦେଇ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି।ସଭାରେ କର୍ମୀଙ୍କ ଉପସ୍ଥିତିରେ ସେ କହିଛନ୍ତି, କର୍ମୀଙ୍କ ଉତ୍ସାହରେ ମୋ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ନୀବନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି । ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି । ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ । ମୋତେ କେହି ବି ନବୀନ ପଟ୍ଟନାୟକଙ୍କ ଠାରୁ ଅଲଗା କରିପାରିବେ ନାହିଁ । ବିଧାନସଭା ଓ ଲୋକସଭା ନିର୍ବାଚନରେ ପ୍ରଣବ ସମ୍ବଲପୁର ଲୋକସଭା ଆସନରୁ ବିଜେଡିର ସାଂସଦ ପ୍ରାର୍ଥୀ ହୋଇଥିଲେ । ସେ ବିଜେପିର ବିଜୟୀ ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ପରାଜିତ ହୋଇଛନ୍ତି । ସେହିପରି ତାଙ୍କ ମା କୋରେଇ ଆସନରୁ ବିଜେଡିର ବିଧାୟକ ପ୍ରାର୍ଥୀ ହୋଇଥିଲେ କିନ୍ତୁ ବିଜେପିର ବିଧାୟକ ଆକାଶ ଦାସ ନାୟକଙ୍କ ଠାରୁ ହାରିଯାଇଛନ୍ତି।ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି । ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମନ୍ତଳୀରେ ବିଜୟୀ ହୋଇଥିଲେ । ଆଉ ଯଦି ତାଙ୍କୁ ସେଥିରୁ ଇସ୍ତଫା ମଗାଯାଏ ତେବେ ରାଜନୈତିକ ପାଣିପାଗ କିଛି ଓଲଟା ବୋହିବାର ମଧ୍ୟ ସମ୍ଭାବନା ରହିଛି । Categories: ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026