Home ଓଡ଼ିଶା ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ – ପ୍ରଣବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ । ୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଯାଜପୁର ବିଧାନସଭା ଦେଖିପାରେ ଉପନିର୍ବାଚନ, ଇସାରା ଦେଲେ ପୂର୍ବତନ ମନ୍ତ୍ରୀ ଓ ବିଜୁ ଜନତା ଦଳର ପ୍ରଭାବଶାଳୀ ନେତା ପ୍ରଣବ ପ୍ରକାଶ ଦାସ (ବବି) । ସେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି । ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଓଡ଼ିଶାରେ ବିଜୁ ଜନତା ଦଳ ପଦଯାତ୍ରା କରିଛି । ଏହି ଅବସରରେ ନେତା ମାନେ ନିଜ ନିଜ ଅଞ୍ଚଳରେ ପଦଯାତ୍ରା କରିଛନ୍ତି। ଆଉ ବବି ଯାଜପୁରରେ ପଦଯାତ୍ରା ସମାବେଶରେ ଯୋଗ ଦେଇ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି।ସଭାରେ କର୍ମୀଙ୍କ ଉପସ୍ଥିତିରେ ସେ କହିଛନ୍ତି, କର୍ମୀଙ୍କ ଉତ୍ସାହରେ ମୋ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ନୀବନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି । ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି । ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ । ମୋତେ କେହି ବି ନବୀନ ପଟ୍ଟନାୟକଙ୍କ ଠାରୁ ଅଲଗା କରିପାରିବେ ନାହିଁ । ବିଧାନସଭା ଓ ଲୋକସଭା ନିର୍ବାଚନରେ ପ୍ରଣବ ସମ୍ବଲପୁର ଲୋକସଭା ଆସନରୁ ବିଜେଡିର ସାଂସଦ ପ୍ରାର୍ଥୀ ହୋଇଥିଲେ । ସେ ବିଜେପିର ବିଜୟୀ ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ପରାଜିତ ହୋଇଛନ୍ତି । ସେହିପରି ତାଙ୍କ ମା କୋରେଇ ଆସନରୁ ବିଜେଡିର ବିଧାୟକ ପ୍ରାର୍ଥୀ ହୋଇଥିଲେ କିନ୍ତୁ ବିଜେପିର ବିଧାୟକ ଆକାଶ ଦାସ ନାୟକଙ୍କ ଠାରୁ ହାରିଯାଇଛନ୍ତି।ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି । ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମନ୍ତଳୀରେ ବିଜୟୀ ହୋଇଥିଲେ । ଆଉ ଯଦି ତାଙ୍କୁ ସେଥିରୁ ଇସ୍ତଫା ମଗାଯାଏ ତେବେ ରାଜନୈତିକ ପାଣିପାଗ କିଛି ଓଲଟା ବୋହିବାର ମଧ୍ୟ ସମ୍ଭାବନା ରହିଛି । Categories: ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍ Related Content ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ by Proprietor Abhimanyu Maharana October 23, 2026 ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ by Proprietor Abhimanyu Maharana October 23, 2026 କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ by Proprietor Abhimanyu Maharana October 23, 2026 ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ by Proprietor Abhimanyu Maharana October 23, 2026 ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ by Proprietor Abhimanyu Maharana October 23, 2026 ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି by Proprietor Abhimanyu Maharana October 22, 2026