୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡ଼଼ ବ୍ଳକ ଅନ୍ତର୍ଗତ ଦୁର୍ଗାପଙ୍ଗା ପଞ୍ଚାୟତର କାଣିବାରୁ ଓ ସିନ୍ଧିବାଲି ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗ୍ରାମବାସୀଙ୍କୁ ଭେଟିଛି ଜିଲା ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ଟିମ୍ ଗାଁରେ ପହଞ୍ଚି ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ସହ ଆଲୋଚନା କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼.ବିଜୟ କୁମାର ପଣ୍ଡା , ଏଡ଼ିଏମ୍ଓ ଡ଼.ପ୍ରସନ୍ନ କୁମାର ତ୍ରିପାଠୀ , ଜିଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼.କଲ୍ୟାଣି ମିଶ୍ରଙ୍କ ସମେତ ଦୁର୍ଗାପଙ୍ଗା ଓ କୋଟଗଡ଼଼ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼ାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀମାନେ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ଲୋକ ମାନଙ୍କୁ ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଥିଲେ।
