୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ ଫୁଲବାଣୀ ଆନୁକୁଲ୍ୟରେ 155 ତମ ଗାନ୍ଧୀ ଜୟନ୍ତୀ, 119 ତମ ଶାସ୍ତ୍ରୀ ଜୟନ୍ତୀ ଓ ଏହାର 63 ତମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଅଛି । ସକାଳ ସାତଟାରେ ଏମ୍ କେ ଏସ୍ ପି ସଭାପତି ବିଜୟକୃଷ୍ଣ ପଟ୍ଟନାୟକଙ୍କ ଦ୍ବାରା ପରିଷଦର ପତାକା ଉତ୍ତୋଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା ଓ ସମସ୍ତ ସଭ୍ୟ ସଭ୍ୟା ମାନଙ୍କ ଦ୍ଵାରା ପରିଷଦର ପରିସର ସଫେଇ କରାଯାଇଥିଲା । ଏହାପରେ କନ୍ଧମାଳ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।କନ୍ଧମାଳ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ମୁଖ୍ୟ ଅତିଥି ରୂପେ ,
