Home ଓଡ଼ିଶା ବାରିପଦା ଠାରେ “ସୁଭଦ୍ରା” ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥ ରାଶି ହିତାଧିକାରୀ ମାନଙ୍କୁ ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ରାଜ୍ୟ ସରକାରଙ୍କ ଅନନ୍ୟ ଜନ ଉପଯୋଗୀ ଯୋଜନା “ସୁଭଦ୍ରା” ର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥ ରାଶି ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାରକରିବା ପାଇଁ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଆସନ୍ତା ତା ୦୯ .୧୦ . ୨୦୨୪ ରିଖ ଦିନ ମୟୂରଭଞ୍ଜର ସଦର ମହକୁମା ବାରିପଦା ଠାରେ ଏହାର ଶୁଭାରମ୍ଭ କରିବେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଛଉ ପାଡିଆ ନିକଟ କଲେଜ ପଡିଆ ଠାରେ ଏକ “ସୁଭଦ୍ରା ସମ୍ମିଳନୀ” ଆୟୋଜିତ ହେବ। କାର୍ଯ୍ୟସୂଚୀ ଅନୁଯାୟୀ, ଜିଲ୍ଲାର ବିଭିନ୍ନ ବିଭାଗର ସମନ୍ୱୟତା କୁ ଦୃଷ୍ଟିରେ ରଖି ଉକ୍ତ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିବା ପାଇଁ ମୟୂରଭଞ୍ଜର ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା OSWAN ହଲ୍ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ସଂପୃକ୍ତ କାର୍ଯ୍ୟାଳୟ ମୁଖ୍ୟ ମାନଙ୍କୁ କାର୍ଯ୍ୟକ୍ରମର ଆୟୋଜନ କରିବା ପାଇଁ ଦାୟିତ୍ୱ ବିଷୟରେ ଆଲୋଚନା କରାଯାଇଛି। ଏହି ବୈଠକରେ ସୁଭଦ୍ରା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁଚିନ୍ତିତ ଯୋଜନା ଏବଂ ନିରବଚ୍ଛିନ୍ନ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଭିତ୍ତିଭୂମି, ସୁରକ୍ଷା ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର, ଟ୍ରାଫିକ ପରିଚାଳନା ଏବଂ ଜନସାଧାରଣଙ୍କ ସୁବିଧା ଉପରେ ଆଲୋଚନା କରାଯାଇଥିଲା । ସେହି ଭଳି ଭିଡ଼ ନିୟନ୍ତ୍ରଣ, ସୁରକ୍ଷା ନିୟମାବଳୀ, ଜରୁରୀକାଳୀନ ଚିକିତ୍ସା ଏବଂ ସେବା ଉପରେ ବିଶେଷ ଆଲୋଚନା କରାଯାଇଥିଲା । ମସ୍ତ ବିଭାଗର ସାମୁହିକ ଉଦ୍ୟମ ଫଳରେ ବିକାଶ ମେଳା ସଫଳ ହେବା ସହ ମୟୂରଭଞ୍ଜର ଜନସାଧାରଙ୍କ ପାଇଁ ଏକ ସ୍ମରଣୀୟ ଅନୁଭୂତି ହୋଇପାରିବ ବୋଲି ଜିଲ୍ଲାପାଳ ଶ୍ରୀ ସୟ ଦୃଢୋକ୍ତି ପ୍ରକାଶ କରିଥିଲେ । ଉକ୍ତ ବୈଠକରେ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ଅଭୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ବାରିପଦା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଈଶ୍ବର ଚନ୍ଦ୍ର ନାୟକ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଶାନ୍ତନୁ କୁମାର ନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିସ୍ବରାଜ ବେହେରା ଓ ବାରିପଦା ପୌରପାଳିକା ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟଙ୍କ ସମେତ ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନେ ଉପସ୍ଥିତ ଥିଲେ। Categories: ଓଡ଼ିଶା, ମୟୁରଭଞ୍ଜ, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026