
୦୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ନୀଳମାଧବ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ପୈାରହିତ୍ୟରେ ଅନୁଷ୍ଠିତ ବୈଠକରେ ବର୍ଷିୟାନ ସାମ୍ବାଦିକ ପ୍ରଦୀପ୍ତ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାମ୍ବାଦିକ ଜୀବନରେ ଘଟୁଥିବା ସଂଘର୍ଷ ସମ୍ପର୍କରେ ଆଲୋକପାତ କରିଥିଲେ । ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ ସଂଗଠନକୁ ମଜବୁତ କରିବା ଉପରେ ଆଲୋକପାତ କରିଥିଲେ ।
