୦୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ନୀଳମାଧବ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ପୈାରହିତ୍ୟରେ ଅନୁଷ୍ଠିତ ବୈଠକରେ ବର୍ଷିୟାନ ସାମ୍ବାଦିକ ପ୍ରଦୀପ୍ତ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାମ୍ବାଦିକ ଜୀବନରେ ଘଟୁଥିବା ସଂଘର୍ଷ ସମ୍ପର୍କରେ ଆଲୋକପାତ କରିଥିଲେ । ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ ସଂଗଠନକୁ ମଜବୁତ କରିବା ଉପରେ ଆଲୋକପାତ କରିଥିଲେ । ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର ସଂଘର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ଓଡ଼ଗାଁ ଶାଖା ସଭାପତି ଅଶୋକ କୁମାର ମହାପାତ୍ର, ଦଶପଲ୍ଲା ବ୍ଲକ ସଂଯୋଜନ ପ୍ରଫୁଲ କୁମାର ଦାଶ ସାମ୍ବାଦିକଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।

