୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଆରମ୍ଭ ହୋଇଛି ବିଜେଡିର ସଦସ୍ୟ ସଂଗ୍ରହ ଅଭିଯାନ । ଶଙ୍ଖ ଭବନରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ନବୀନ ବିଜେଡିର ପ୍ରଥମ ସଦସ୍ୟ ହୋଇଛନ୍ତି । ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସେ ଏହି ସଦସ୍ୟତା ଗ୍ରହଣ କରିଛନ୍ତି । ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ବିଜୁ ଜନତା ଦଳର ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ ସଭାପତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟାକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରଣପୁରର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବିଜେଡି ପ୍ରବକ୍ତା ନାରୀ ନେତ୍ରୀ ଇରାନୀ ରାୟ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ ।

