୧୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ଅନ୍ତର୍ଗତ ନୂଆସାହି ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ବାଲିଗୁଡା ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ “ଓଡ଼ିଶାର ଲୋକକଳା” ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଜଗତର ନାଥ ଜଗନ୍ନାଥ ଙ୍କ ନିକଟରେ ଧୂପ, ଦୀପ ଓ ପୁଷ୍ପ ଅର୍ପଣ ପୂର୍ବକ ଶୁଭ ଉଦଘାଟନ କରିଥିଲେ । ଏହି ଉତ୍ସବରେ ବାଲିଗୁଡା ବ୍ଲକ୍ ର ୧୬ ଗୋଟି କ୍ଲଷ୍ଟର ରୁ ପ୍ରାୟ ୪୦୦ ପ୍ରତିଯୋଗୀ,ଗାଇଡ ଟିଚର, ବିଚାରକ ତଥା କାର୍ଯ୍ୟକ୍ରମ କୁ ପରିଚାଳନା କରୁଥିବା ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ତଥା ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ ।
