Home ଓଡ଼ିଶା ସିଲଭର ସିଟି କଟକରେ ୪୦ ପୂଜା ମଣ୍ଡପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମିଝୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> ସଂସ୍କୃତି ସହର ତଥା ସିଲଭର ସିଟି ଭାବେ ପରିଚିତ କଟକ ସହର । ଏହି କଟକ ସହରରେ ଦଶହରାରେ ହୋଇଥିବା ୧୭୦ ଗୋଟି ପୂଜା ମଣ୍ଡପ ମଧ୍ୟରୁ ଶନିବାରଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂଜା ପ୍ରାୟ ୪୦ ଗୋଟି ପୂଜା ମଣ୍ଡପ ବୁଲି ଜଗତ ଜନନୀ ମା ଦୂର୍ଗାଙ୍କ ପାଖରେ ଓଡିଶା ବାସୀଙ୍କ ଉନ୍ନତି ପାଇଁ ପ୍ରାର୍ଥନା କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭୁବନେଶ୍ୱରରୁ ବାହାରି ପ୍ରଥମେ କଟକ ସଦର ନିର୍ବାଚନ ମଣ୍ଡଳୀର ପ୍ରତାପନଗରୀ ଦୂର୍ଗା ମଣ୍ଡପ ପରିଦର୍ଶନ କରିଥିଲେ । ପରେ ପରେ ବାଲିକୁଦା ,ଗୋପାଳପୁର, ଚାଉଳିଆଗଞ , ଶିଖରପୁର , ଯୋବ୍ରା, ରାଣୀହାଟ, କଲେଜଛକ ,ଛତ୍ରବଜାର, ମଧୁପାଟଣା, ଖାନନଗର, ପିଠାପୁର , ଝୋଲାସାହି, ଦରଘାବଜାର, ଚୌଧୁରୀବଜାର ,ଚାନ୍ଦିନୀଚୌକ , ତୁଳସୀପୁର ,ସିଡିଏ ,ବିଡାନାସୀ,ମାତାମଠ ଆଦି ପୂଜା ମଣ୍ଡପ ପରିଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ପୂର୍ବତନ ମନ୍ତ୍ରୀ ସମୀର ଦେ , ନୟନ କିଶୋର ମହାନ୍ତି, ଦିଲିପ ମଲ୍ଲିକଙ୍କ ସମେତ ବିଜେପିର ବହୁ ବରିଷ୍ଠ କର୍ମକର୍ତ୍ତା ପୂଜା ମଣ୍ଡପ ବୁଲି ଦେଖିଥିଲେ । ଦୂର୍ଗାପୂଜା ମଣ୍ଡପ ବୁଲି ଦେଖିବା ସମୟରେ ବିଭିନ୍ନ ପୂଜା ମଣ୍ଡପରେ ସ୍ଥାନୀୟ ବାସିନ୍ଦା ଏବଂ ପୂଜା ମଣ୍ଡପର କର୍ମକର୍ତ୍ତା ମାନେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ସଂସ୍କୃତିର ସଂରକ୍ଷଣ ଦିଗରେ କଟକ ବାସୀଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ । ସଂସ୍କୃତିର ସହର କଟକର ବ୍ୟାପକ ବିକାଶ କରାଯିବା ସହ କଟକ ସହରକୁ ସ୍ମାର୍ଟ ସହର କରାଯିବ । କଟକବାସୀଙ୍କ ସୌଜନ୍ୟତା ଓ ଭାଇଚାରାରେ ଅଭିଭୂତ ହୋଇ ମୁଖ୍ୟମନ୍ତ୍ରୀ କଟକବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ଦିଗରେ ସେମାନଙ୍କ ପ୍ରୟାସର ଭୂୟସୀ ପ୍ରଶଂସା କରିଥିଲେ । ରାଜ୍ୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ମା’ଙ୍କ ଆଶିଷ ଭିକ୍ଷା କରିବା ସହ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ନିମନ୍ତେ ପ୍ରାର୍ଥନା କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନୂଆ ସରକାର ନୂଆ ଆଶା ଉଦ୍ଦୀପନା ନେଇ ନୂଆ ଓଡ଼ିଶା ଗଠନର ସଂକଳ୍ପ ନେଇ ଆସିଛି । ହଜାର ବର୍ଷର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବହନ କରୁଥିବା କଟକ ସହରର ସର୍ବାଙ୍ଗୀନ ବିକାଶ ସହ ଏହାକୁ ସ୍ମାର୍ଟ ସିଟି କରିବା ଏବଂ କଟକ-ଭୁବନେଶ୍ୱରକୁ ଟୁଇନ୍-ସିଟି ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ପ୍ରଯତ୍ନ କରୁଛନ୍ତି । ଓଡ଼ିଶା ଆଗାମୀ ଦିନରେ ବିକଶିତ ଓଡ଼ିଶା ହେବ, ସମୃଦ୍ଧ ଓଡ଼ିଶା ହେବ । ବିକାଶର ଏହି ଯାତ୍ରା କଟକରୁ ଆରମ୍ଭ ହେବ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଓଡ଼ିଶାକୁ ଭଲ ପାଆନ୍ତି ଏବଂ ପୂର୍ବୋଦୟର ବିକାଶ ପାଇଁ ସେ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । Categories: ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026