୧୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ତଥା ବେଲଗାଁ ଥାନା ଦୟାପଲ୍ଲୀ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୟାପଲ୍ଲୀ ପଞ୍ଚାୟତର ସମିତିସଭ୍ୟଙ୍କୁ ସେହି ଗ୍ରାମର ଜଣେ ଯୁବକ ପ୍ରାଣାନ୍ତକ ଆକ୍ରମଣ କରିଛି। ଆକ୍ରମଣର ଶିକାର ହୋଇଥିବା ସମିତିସଭ୍ୟ ହେଲେ ଇପିଲି ରାଜା ରାଓ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ନେଇ ଆହତଙ୍କ ପୁଅ ବେଲଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ବେଲଗାଁ ଥାନା କେସ ନଂ-୧୩୨/୨୪ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରିବା ସହ ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଜଣଙ୍କ ହେଲେ ବେଲଗାଁ ଥାନା ଦୟାପଲ୍ଲୀ ଗ୍ରାମର ଗୋପାଳ ଦାସ (୩୨) ।

