୨୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଜପତି :-> ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଆତରସିଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣି ଶିବୀରରେ ଜିଲ୍ଲାପାଳ ବିଜୟ କୁମାର ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜିତେନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀବରାଜ ମଣ୍ଡଳ ସମେତ ବ୍ଲକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମୀୟା ରଇତ, ସ୍ଥାନୀୟ ସରପଞ୍ଚ ଜୀବନି ଗମାଙ୍ଗ, ସମିତି ସଭ୍ୟ ରୂତନି ରାଇକ ମଞ୍ଚଷିନ ହୋଇଥିଲେ ।

