୨୧ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ନୁଆଗଡ ବ୍ଳକ ଅନ୍ତର୍ଗତ ଆତରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ. ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସନ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଆତରସିଂ ଗ୍ରାମ ପଞ୍ଚାୟତ ସମେ ତ ତାବରଡା, ପୁଟୁରୁପଡା ଓ ବେତରସିଂ ପଞ୍ଚାୟତର ସମୁଦାୟ ମୋଟ ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।
