୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୩ ନମ୍ବର ୱାର୍ଡ ର ସଭାଗୃହ ରେ ଅନୁଷ୍ଠିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ରେ ସାଂସଦ ଙ୍କ ନଗର ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସଭାପତି ଦିବାକର ସାହୁ , ନଗର ଭାଜପା ଉପସଭାପତି ମନୋଜ କୁମାର ରଥ, ସଞ୍ଜୟ କୁମାର ଦାସ, ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତା ଜଗନ୍ନାଥ ବିଷୋୟୀ, କାଉନସିଲର ଆଲୋକ ନାୟକ ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ବିଭିନ୍ନ ସୁଦୂର ପ୍ରସାରି ଜନହିତକର ଯୋଜନା ସମ୍ବନ୍ଧ ରେ ଜନସାଧାରଣ କୁ ଅବଗତ କରିଥିଲେ l

