Home ଓଡ଼ିଶା ହରିଶଙ୍କର ଠାରେ ବ୍ଲକ୍ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବିଭିନ୍ନ ଯୋଜନା ଉପରେ ଆଲୋକପାତ କଲେ ଅଧିକାରୀ ୨୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ହରିଶଙ୍କର ନିକଟ କୁଠୁର୍ଲା ଫଳ ବଗିଚା ଠାରେ ଉଦ୍ୟାନ କୃଷି ବିଭାଗ ତରଫରୁ ବ୍ଲକ୍ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ବୁଧବାର ଅନୁଷ୍ଠିତ ହୋଇଥିଲା। କର୍ମଶାଳା ରେ ପାଟଣାଗଡ ଅତିରିକ୍ତ ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ପ୍ରମୋଦ କୁମାର ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧ୍ୟକ୍ଷା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ଉପ ମୁଖ୍ୟ ମନ୍ତ୍ରୀ ଙ୍କ ବ୍ଲକ୍ ପ୍ରତିନିଧି ପଦ୍ମ କୁମାର ସିଂ ବରିହା, ଜିଲ୍ଲା ପରିଷଦ ସଦସ୍ୟା ସଂଯୁକ୍ତା ମେହେର, ବିଭିଓ ଡ଼ା ସ୍ଵପ୍ନେଶ୍ଵର୍ ନାଏକ, ବ୍ଲକ୍ କୃଷି ଅଧିକାରୀ ସନ୍ତୋଷ କୁମାର ମେହେର, ପାମ ଓଏଲ ଉପ ନିର୍ଦ୍ଦେଶକ ଶମ୍ଭୁନାଥ ସ୍ୱାଇଁ ପ୍ରମୁଖ ଯୋଗଦେଇ ଥିଲେ । ଏହି ଅବସରରେ ଅତିଥି ମାନେ ବିଭିନ୍ନ ସରକାରୀ ଯୋଜନା ଉପରେ ଆଲୋକପାତ କରିଥିବା ବେଳେ ଉଦ୍ୟାନ କୃଷି କରି ଚାଷୀ ଲାଭବାନ ହୋଇପାରିବେ ବୋଲି କହିଥିଲେ । କର୍ମଶାଳାରେ ଅନ୍ୟମାନଙ୍କ ମଧ୍ୟରେ ବେଲପଡ଼ା ସହକାରୀ ଉଦ୍ୟାନ କୃଷି ଅଧିକାରୀ ସୌମ୍ୟରଞ୍ଜନ ପଟ୍ଟନାୟକ, ପାଟଣାଗଡ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଅବିନାଶ ଦାସ, ସହକାରୀ କୃଷି ଅଧିକାରୀ ସୁମନ୍ତ ଖମାରୀ, ଉଦ୍ୟାନ ଅଧିଦର୍ଶକ ତେଜରାଜ ପୁଟେଲ, ସୁରେଶ ବେହେରା, ଅଭୟ ତ୍ରିପାଠୀ, ସୁଦାମ ବାରିକ, ପାଣ୍ଡବ ବରିହା, ଲଙ୍କେଶ୍ଵର ବରିହା ସମେତ ଶତାଧିକ ଉଦ୍ୟାନ କୃଷି ଚାଷୀ ଉପସ୍ଥିତ ଥିଲେ। ସହକାରୀ ଉଦ୍ୟାନ କୃଷି ଅଧିକାରୀ ଜିବିତା ବରୁଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । Categories: ଓଡ଼ିଶା, ବଲାଙ୍ଗିର, ହୋମ୍ Related Content ଓଡିଶା ପ୍ରାନ୍ତର ଏକ ନମ୍ବର ହେବ ପୁରୀ ଯୋଗଜିଲ୍ଲା : ମନମୋହନ by Proprietor Abhimanyu Maharana September 20, 2026 ୨୬ତମ ଗଣପତି ମହୋତ୍ସବ ଉଦଯାପିତ by Proprietor Abhimanyu Maharana September 20, 2026 ଓଡ଼ିଶା କ୍ରାଫ୍ଟ ଓଡିସି ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରା ସମ୍ପର୍କିତ ବିସ୍ତୃତ ତଥ୍ୟ ଥିବା ଦ୍ୱିଭାଷୀ ପୁସ୍ତକ ଚାନ୍ଦୁଆ : କାନୋପିଜ୍ ଅଫ୍ ଲେବର ପ୍ରଚଳନ କଲା by Proprietor Abhimanyu Maharana September 20, 2026 Odisha Craft Odyssey Launches Chandua : Canopies of Labour, a Bilingual Book Documenting Odisha’s Living Appliqué Traditions by Proprietor Abhimanyu Maharana September 20, 2026 ପରମ୍ପରା କଳା ବିକାଶ କେନ୍ଦ୍ର, ସେମଲା ତରଫରୁ ନୁଆଁଖାଇ ଭେଟ ସମାପନ by Proprietor Abhimanyu Maharana September 20, 2026 ନିଜ ଦୋଷ ଲୁଚାଇବା ପାଇଁ ଶିକ୍ଷକ ବନମାଳୀ ପ୍ରଧାନ ଙ୍କ ପ୍ରଚେଷ୍ଠା ଆରମ୍ଭ by Proprietor Abhimanyu Maharana September 20, 2026