Home ଓଡ଼ିଶା ବାଙ୍କୀ ଆର୍ଯ୍ୟ ସମାଜ ଆନୁକୁଲ୍ୟରେ ପଣ୍ଡିତ ବିରେନ୍ଦ୍ର ପଣ୍ଡାଙ୍କ ଜନ୍ମଜୟନ୍ତୀ ଓ ଯଜ୍ଞ କାର୍ଯ୍ୟକ୍ରମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଡମପଡ଼ା ବ୍ଲକ ଅନ୍ତର୍ଗତ ତୁଳସୀପୁର ଗ୍ରାମସ୍ଥ ରଙ୍ଗଣି ସାହି ଆର୍ଯ୍ୟ ସମାଜ ମଣ୍ଡପ ଠାରେ ବିଶିଷ୍ଟ ବେଦ ବିଶାରଦ ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡାଙ୍କ ୬୯ତମ ଜନ୍ମ ଜୟନ୍ତୀ ଆଜି ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆର୍ଯ୍ୟ ମଣ୍ଡପ ଠାରେ ଯଜ୍ଞ, ଭଜନ କାର୍ଯ୍ୟକ୍ରମ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଆଲୋଚନାଚକ୍ରରେ ବାଙ୍କୀ ଶାଖାର ସଭାପତି ଚନ୍ଦ୍ରମଣି ମହାପାତ୍ର ସଭାପତିତ୍ୱ କରି ଆର୍ଯ୍ୟ ସମାଜର ଆଦର୍ଶ ନୀତି ଓ ସେଥିରେ ପଣ୍ଡିତ ବିରେନ୍ଦ୍ର ପଣ୍ଡାଙ୍କ ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ସନାତନ ଧର୍ମର ବିଭିନ୍ନ ଦିଗ ଉପରେ ଆଲୋକପାତ କରିବା ସହିତ ଆର୍ଯ୍ୟ ସମାଜ ବର୍ତ୍ତମାନ ପରିସ୍ଥିତିରେ ବୃକ୍ଷରୋପଣ ଓ ପରିବେଶ ଉପରେ ଗୁରୁତ୍ୱ ଦେଉଛି ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ପ୍ରକୃତି ବନ୍ଧୁ ଦୀପକ କୁମାର ସାମନ୍ତରା ଓ ତୁଳସୀପୁର ପ୍ରକୃତିବନ୍ଧୁ ସଂଗଠନର ଆବାହକ ପ୍ରକୃତିବନ୍ଧୁ ପ୍ରସନ୍ନ କୁମାର ସାହୁ ଯୋଗଦାନ କରି ପର୍ଯ୍ୟାବରଣ ଉପରେ ଆଲୋକପାତ କରିବା ସହିତ ପଣ୍ଡିତ ବିରେନ୍ଦ୍ର ପଣ୍ଡାଙ୍କ ଆଦର୍ଶ ଚରିତ୍ର ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଧନଞ୍ଜୟ ମହାପାତ୍ର, ସଂଗ୍ରାମ ବେହେରା, ରବିନ୍ଦ୍ରନାଥ ରାଉତ, ମିନକେତନ ପୃଷ୍ଟି, ସନାତନ ସାହୁ, ଗଙ୍ଗାଧର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିଲେ । ସୁଦର୍ଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ by Proprietor Abhimanyu Maharana June 21, 2026 ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ by Proprietor Abhimanyu Maharana June 21, 2026 ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ by Proprietor Abhimanyu Maharana June 20, 2026 ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ by Proprietor Abhimanyu Maharana June 20, 2026 ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ by Proprietor Abhimanyu Maharana June 20, 2026 ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ by Proprietor Abhimanyu Maharana June 20, 2026