୨୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ। ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ଲିଭିଷ୍ଟାନ ଖେଳୁଥିବା ସମୟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଜୋରଦାର ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା ।

