Home ଓଡ଼ିଶା ଉଦଘାଟିତ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪, ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟା ରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍କୋ ପ୍ରଦର୍ଶନୀ ପଡ଼ିଆରେ ଉଦ୍ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ । କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ । ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ। ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢ଼େଙ୍କାନାଳ, ମୟୁରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ,ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ମାଲକାନଗିରି ଓ କୋରାପୁଟ । ଚଳିତ ବର୍ଷ ଅନେକ ନୂତନ ଡ଼ିଜାଇନର ଦୀପ, ଫୁଲଦାନୀ, ଗୃହସଜ୍ଜା ସାମଗ୍ରୀ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ମାଟି ଉପକରଣ ଏହି ମେଳାରେ ପ୍ରଦର୍ଶିତ ହୋଇଛି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada by Proprietor Abhimanyu Maharana October 14, 2026 ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026