୩୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କର ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ଭବନ ପରିସରରେ କଂଗ୍ରେସ ନେତୃବୃନ୍ଦ ଇନ୍ଦିରାଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତ ଇନ୍ଦିରାଜୀଙ୍କ ପ୍ରତିମୂର୍ତିରେ ପିସିସି ପକ୍ଷରୁ କଂଗ୍ରେସ ନେତାଗଣ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

