୧ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଏଥିରେ ଅନ୍ୟ ୬ଜଣ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି । ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଛି। ମାଣ୍ଡିପଙ୍କା ଦଡ଼ାସାହି ର ରୁନୁ ମାଝୀ(୩୦) ଏବଂ ରୁମିତା ପାଟମାଝୀ (୨୮) । ରୁନୁ ଜଣେ ଦିବ୍ୟାଙ୍ଗ ଯୁବତୀ ହୋଇଥିବା ବେଳେ ଏଭଳି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

