Home ଓଡ଼ିଶା ମୋ ସେବାକେନ୍ଦ୍ର ମାଧ୍ୟମରେ ଲାଇଫ ସାର୍ଟିଫିକେଟ ପାଇଲେ ପେନସନଧାରୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୨ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରର ସହାୟତା ରେ କାର୍ଯ୍ୟ ଆରମ୍ଭ ହୋଇଛି I ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ମିନତି କୁମାରୀ ମିଶ୍ର,ତପନ କୁମାର ଦିଗାଳ, ପ୍ରଦୀପ କୁମାର ବେହେରା, ଶରତ କୁମାର ପୂଜାରୀ, ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ରାଜେଶ ପାଣିଗ୍ରାହିଙ୍କ ସମେତ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ I ବାଲିଗୁଡା ଅଞ୍ଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁଳ୍କରେ ସେମାନଙ୍କ ଜୀବନ ପ୍ରମାଣ ପତ୍ର ହାତ ପାଆନ୍ତାରେ ପାଇପାରିବେ I ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘରକୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ ରହିଛି I ଏହି ସେବା ପାଇ ନିଜେ ଖୁସିଥିବା କହିଛନ୍ତି ପେନସନଧାରୀ ମାନେ I ଏହି ସେବା ପାଇବାଦ୍ଵାରା ନିଜର ସମୟ ବଞ୍ଚିବା ସହିତ ସହଜରେ ବୃଦ୍ଧ, ବୃଦ୍ଧା ମାନେ ଘରେବସି ଏହି ସେବା ପାଇପାରିବେ ବୋଲି ସମ୍ପକୀୟ ମାନେ କହିଛନ୍ତି I Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026