୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ୬୯ନଂ ଜିଲ୍ଲା ପରିଷଦ ଜୋନରେ ରବିବାର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି । ଦୁର୍ବନ୍ଧ ଗ୍ରାମରେ ଅଧିଷ୍ଠିତ ଆରାଧ୍ୟ ଦେବୀ ମା ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରୁ ଶୁଭାରମ୍ଭ ହୋଇଥିବା ଜନ ସମ୍ପର୍କ ପଦଯାତ୍ରା ବିଭିନ୍ନ ଗ୍ରାମ ପରିକ୍ରମା କରି ଦୟାପଲ୍ଲୀ ଗ୍ରାମ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

