୦୫ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ବିଭାଗ ପକ୍ଷରୁ କ.ନୂଆଗାଁ ବ୍ଲକ ମହାସିଂ ପଞ୍ଚାୟତ ଲିମାର ପଦର ଗ୍ରାମଠାରେ ମୁଖ୍ୟମନ୍ତ୍ରୀ ଜନ ଜାତି ଜୀବିକା ମିଶନ ଜରିଆରେ ଗେଣ୍ଡୁ ଫୁଲ ଚାଷ ନିମନ୍ତେ ଏକ ଦିବସୀୟ ତାଲିମ୍ ଓ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପ୍ରକଳ୍ପ ପ୍ରବନ୍ଧକ ସମୀର ନାୟକ, ଆଇଟି ଡିଏ କୃଷି ଅଧିକାରୀ ରାଜେସ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।

