୦୫ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ଟିକାବାଲି ଶ୍ରୀ ଅନ୍ନ କାର୍ଯ୍ୟକ୍ରମର ମିଳିତ ଉଦ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ୩୦ ପ୍ରକାର ସୁସ୍ୱାଦୁ ଖାଦ୍ୟ ପ୍ରଦର୍ଶିତ ହୋଇଥିଲା। କନ୍ଧମାଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ ଉଦ୍ଘାଟନ କରିଥିବା ବେଳେ ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲିପ କୁମାର କହଁର,
