୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ୨୯ ତମ ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବିଜ୍ଞାନ ମେଳାରେ ୧୧୮ ଟି ପ୍ରକଳ୍ପ ନେଇ ବ୍ଲକ୍ ରୁ ଛାତ୍ର ଛାତ୍ରୀ ମାନେ ପ୍ରଦର୍ଶନ କରିଥଲେ।ବ୍ଲକ୍ ଶିକ୍ଷା ଅଧିକାରୀ ତଥା ବିଜ୍ଞାନ ମେଳା କମିଟି ସଭାପତି ଭକ୍ତି ବିନୋଦ ସଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଜ୍ଞାନ ଯୋଗୁ ପିଲାମାନଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଦୂର ହେବାସହ କୌଣସି ବିଷୟକୁ ଅନ୍ଧ ବିଶ୍ବାସ ସହକାରେ ଗ୍ରହଣ ନକରି କାରଣ ଖୋଜୁଛନ୍ତି ।

