୧୨ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ବ୍ଲକରେ କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉ ସାହେବ ଏକ ଜନଅଭିଯୋଗ ଶୁଣାଣି କରି ୧୩୭ଗୋଟି ଅଭିଯୋଗର ଫଇସଲା କରିଥିଲେ । ସରକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ କରାଯିବା ଓ ଜନସାଧାରଣଙ୍କ ସହଯୋଗରେ ପ୍ରଶାସନର କାର୍ଯ୍ୟକୁ ଅଧିକ ଲୋକାଭିମୁଖୀ କରିବା, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କାର୍ଯ୍ୟକାରୀତା ସଂପର୍କରେ ଜନସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଏଥିରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସଂପର୍କରେ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ ।
