Home ଓଡ଼ିଶା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ଛକ ନିକଟରେ ଥିବା ନେହେରୁ ଙ୍କ ପ୍ରତିମୂର୍ତ୍ତିରେ ଦୀପ ଧୂପ ଫୁଲ, ଚନ୍ଦନ ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ପରେ ପରେ ଟାଉନର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ଛାତ୍ର ଛାତ୍ରୀ ମାନେ ନିଜ ନିଜ ବିଦ୍ୟାଳୟ କୁ ଯାଇ ବିଦ୍ୟାଳୟ ପରିସରରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ନେହେରୁଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ନେହେରୁ ଙ୍କ ସମ୍ପର୍କ ରେ ସମ୍ୟକ ଉଦବୋଧନ ଦେଇଥିଲେ। ସେହିପରି ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ନେହେରୁଙ୍କ ତୈଳ ଚିତ୍ରରେ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପମାଲ୍ୟାର୍ପଣ କରି ନେହେରୁ ପିଲାଙ୍କୁ କିପରି ଭଲ ପାଇବା ସହ ସେମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କିପରି ଚେଷ୍ଟା କରୁଥିଲେ ଏବଂ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ନେହେରୁ ଦେଶର ଉନ୍ନତି ଓ ପ୍ରଗତି ଦିଗରେ ଶିଶୁଙ୍କ ଭୁମିକା ଗୁରୁତ୍ୱପୂର୍ଣ୍ଣ ସମ୍ପର୍କରେ ଉପସ୍ଥିତ ପିଲାଙ୍କୁ ବୁଝାଇ ଥିଲେ l ପରେ ପରେ ପ୍ରତ୍ୟେକ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ପରେ ମିଷ୍ଟାନ ବଣ୍ଟନ କରାଯଇଥିଲା l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026 ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 29, 2026