
୧୪ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ପାଳିତ ହୋଇ ଯାଇଛି । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ମାନ୍ଯବର ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇ ଦୀର୍ଘ ୩୦ ମିନିଟ୍ ସମୟ ଧରି ଶିଶୁ ମାନଙ୍କ ସହିତ ପ୍ରଶ୍ନ ଉତ୍ତର ମାଧ୍ୟମରେ ଆଳାପ କରିଥିଲେ ।

