Home ଓଡ଼ିଶା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୫ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା :-> ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଜି ଶିଶୁ ଦିବସ ପାଳନ କରାଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଝରଣା ଓଝା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ବିଇଓ ସିଏଚ ବିଜୟଲକ୍ଷ୍ମୀ, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ,ବରିଷ୍ଠ ଆଇନଜୀବୀ ଜଗଦିଶ ପଟ୍ଟନାୟକ, ସୀତାରାମ ଅଗ୍ରୱାଲ ଆଦି ଯୋଗଦେଇଥିଲେ l ଉକ୍ତ ଉତ୍ସବରେ ଶିଶୁ ଦିବସ ପାଳନ ସହିତ ଶିଶୁମାନଙ୍କ ପାଇଁ ଉଦିଷ୍ଟ ବିଭିନ୍ନ ଆଇନ ତଥା ତାଙ୍କର ଅଧିକାର ବିଷୟରେ ସଚେତନ କରାଯାଇଥିଲା l ଉକ୍ତ ଉତ୍ସବ ଉପଲକ୍ଷେ ଶିଶୁମାନଙ୍କ ମଧ୍ୟରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୁର୍ବରୁ ଅନୁଷ୍ଠିତ ହୋଇଥିବା ଆନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ସଭାଶେଷରେ ଏବିଇଓ ଧନ୍ୟବାଦ ପ୍ରଦାନ କରିଥିଲେ l Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ସାହିତ୍ୟିକ ଆଲୋଚନା ଓ କବିତା ପାଠୋତ୍ସବ by Proprietor Abhimanyu Maharana October 13, 2026 ଯୁବକଙ୍କୁ ଘରୁ ଘୋଷାଡ଼ି ଆଣି ନିର୍ମମ ହତ୍ୟା, ୨ ଅଭିଯୁକ୍ତ ଅଟକ by Proprietor Abhimanyu Maharana October 13, 2026 କଣ୍ଟାବାଞ୍ଜିରେ କିନ୍ନର ସମାଜ ପକ୍ଷରୁ ଭବ୍ୟ ନବରାତ୍ରୀ ପୂଜା, ସହରବାସୀଙ୍କ ମଙ୍ଗଳ କାମନା by Proprietor Abhimanyu Maharana October 12, 2026 ମର୍ଦ୍ଦରାଜ ପୁର ପୁରୁଣା ସାହି, ବୋଦଶା ଗାଁ ରାସ୍ତା ର ଅବସ୍ଥା ଶୋଚନୀୟ by Proprietor Abhimanyu Maharana October 12, 2026 ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ by Proprietor Abhimanyu Maharana October 12, 2026 ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର by Proprietor Abhimanyu Maharana October 12, 2026