୧୭ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପଙ୍ଗା ପଞ୍ଚାୟତର ଇର୍ପିଗୁଡ଼ା ନିକଟରେ ଘଟିଛି ଏକ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ପଛରୁ ଆସୁଥିବା ଟ୍ରକ୍ ଚକା ତଳେ ପଡ଼ି ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ମୋଟର ସାଇକେଲ ଆରୋହୀ ଗୁରୁତର ଆହତ ହୋଇଛନ୍ତି ।
