୧୮ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ଜାଉ ଖାଇ ୨ ମୃତ୍ୟୁ ୬ ଗୁରୁତର ଘଟଣା ରେ ଆଉ ଜଣଙ୍କ କଟକ ରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି ମୃତକ ହେଲେ ଜିତା ମାଝୀ ବୋଲି ଜଣାପଡିଛି। ଚଳିତ ମାସ ୧ରେ ଜିତା ମାଝୀ ସମେତ ୮ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ନିଆଯାଇଥିଲା। ତେବେ ବାଟରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବ୍ରହ୍ମପୁର ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଥିଲା ଘଟଣାରେ ସେହି ସମୟରେ ୨ ମୃତ୍ୟୁ ଓ ୬ ଗୁରୁତର ରହିଥିଲେ।

