Home ଓଡ଼ିଶା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ବାରା ଶିଶୁ ଦିବସ ପାଳିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୮ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ତା:୧୪/୧୧/୨୦୨୪ ରିଖରେ ସୁଡ୍ରୁକୁମ୍ପା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ଶିଶୁ ଦିବସ ଅବସରରେ ଏକ ଆଇନ ସଚେତନତା ଶିବିର ର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ଶ୍ରୀମତୀ ଅନୁଶୀଲା ରୟ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ, ଆଇନଜୀବୀ ଶ୍ରୀ ତୁଷାରକାନ୍ତ ନାୟକ, ଉପ ଖଣ୍ଡୀୟ ଆରକ୍ଷୀ ଅଧିକାରୀ ଶ୍ରୀ ସୁପ୍ରସେନ ମଲ୍ଲିକ, ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କ୍ଲିନିକାଲ ସାଇକୋଲୋଜିସ୍ଟ ଶ୍ରୀମତୀ ତପସ୍ଵିନୀ ଆଚାର୍ଜ୍ୟ, ରାଜସ୍ବ ନିରିକ୍ଷକ ସୁଡ୍ରୁକୁମ୍ପା ଶ୍ରୀମତୀ ଅନୁପମା ପ୍ରଧାନ, ପାରା ଲିଗାଲ ସ୍ବେଚ୍ଛାସେବୀ ଏବଂ ସୁଡ୍ରୁକୁମ୍ପା ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ । ଏହି ସଚେତନତା ଶିବିରରେ ଶିଶୁମାନଙ୍କର ଅଧିକାର, ଯେପରିକି ଶିକ୍ଷା ଅଧିକାର, ସୁସ୍ଥ ରହିବାର ଅଧିକାର ଏବଂ ନିରାପଦ ପରିବେଶରେ ବଞ୍ଚିବାର ଅଧିକାର, ସାମାଜିକ ଅନ୍ୟାୟ ଏବଂ ଯେକୌଣସି ପ୍ରକାରର ଶୋଷଣରୁ ସୁରକ୍ଷାର ଅଧିକାର ଇତ୍ୟାଦି ବିଷୟରେ ଛାତ୍ର ଛାତ୍ରୀଙ୍କୁ ଅବଗତ କରାଯାଇଥିଲା ଶ୍ରୀ ଅଶୋକ କୁମାର ପ୍ରଧାନ, ପାରା ଲିଗାଲ ସ୍ବେଚ୍ଛାସେବୀ ଉକ୍ତ ସଚେତନତା ଶିବିରକୁ ପରିଚାଳନା କରିଥିଲେ ଓ ସୁଡ୍ରୁକୁମ୍ପା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସୁବାଶ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026 ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 29, 2026