
୧୯ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> ଆସନ୍ତା ଫେବୃଆରୀ ୯, ୨୦୨୫ରେ କଟକ ସ୍ଥିତ ବାରବାଟୀ ଷ୍ଟାଡିୟମ ଠାରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ୱାନ୍ ଡେ ଇଣ୍ଟରନ୍ୟାସନାଲ୍ କ୍ରିକେଟ ମ୍ୟାଚ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରସୁତି ବୈଠକରେ କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଓଡ଼ିଶା କ୍ରିକେଟ ଆସୋସିଏସନ୍ର ଅଧିକାରୀ, କଟକ ଜିଲ୍ଲାପାଳ ଶ୍ରୀ ଦତ୍ତତ୍ରେୟ ଭାଉ ସାହେବ ସିନ୍ଧେ, ବିଭିନ୍ନ ବିଭାଗ ଯଥା ପୂର୍ତ୍ତ, ଅଗ୍ନିଶମ, ପରିବହନ ବିଭାଗର ଅଧିକାରୀ,

