୧୯ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ :-> ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମେତ ରାୟଗଡ,କରଡ଼ାସିଂ ଓ ଏସ୍.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ-୧୮୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

