୨୦ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍ ଓ କିସ୍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ । ତେଣୁ ସେ ମୁମ୍ବାଇ ଛାଡ଼ି କିସ୍ ପିଲାଙ୍କ ସହ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ଉତ୍କର୍ଷଙ୍କୁ କିସ୍ ପଠାଇଥିଲେ । ଉତ୍କର୍ଷଙ୍କ ସହ ତାଙ୍କ ମାଆ ଓ ଭଉଣୀ ମଧ୍ୟ କିସ୍ ଆସିଥିଲେ । ଆଜି ସକାଳେ ସେମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଥିଲେ ।

