Home ଓଡ଼ିଶା କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୦ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ ଗତ ୨୦୧୩ ମସିହାରେ ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସମସ୍ତ ଅସ୍ଥାୟୀ କଳା ଓ କ୍ରୀଡ଼ା ପ୍ରଶିକ୍ଷକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବିକରି ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ମହାସଂଘ କନ୍ଧମାଳ ଜିଲା ଶାଖା ପକ୍ଷରୁ କନ୍ଧମାଳ ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନାରେ ଏହି ସବୁ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ତେଣୁ ସେମାନଙ୍କ ଦାବି ତୁରନ୍ତ ପୂରଣ କରିବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି । ଦାବିପତ୍ର ପ୍ରଦାନ ବେଳେ କନ୍ଧମାଳ ଜିଲା ଶାଖାର ସମସ୍ତ କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026 ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 29, 2026