୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା | ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲିଗୁଡା ଥାନା ବୁଡୁରୁକିଆ ପଞ୍ଚାୟତର ମଝିସାହି ରେ । ଏହି ଗ୍ରାମର ପ୍ରମୋଦ ମଲିକ ଗତ ୨ ବର୍ଷ ହେବ ପୁଆରୀ ମଲିକଙ୍କୁ ବିବାହ କରିଥିଲେ ।

