୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ । ସବୁଥର କାହାଣୀରେ ନୂତନତ୍ବ ଓ ରୋମାଞ୍ଚ ଭରିଦିଏ ଜୀ ସାର୍ଥକ । ଯାହାକୁ ପରୋକ୍ଷ ବା ପ୍ରତ୍ୟକ୍ଷ ଭାବରେ ଦର୍ଶକେ ନିଜ ଜୀବନ ସହିତ ସଂଯୋଗ କରିପାରନ୍ତି । ଆମ ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ବିଶେଷ ଭାବରେ ଧ୍ୟାନ ଦେଇ ଆସୁଛି ଜୀ ସାର୍ଥକ । ଏହି କାରଣ ପାଇଁ ଏହା ସାଜିଛି ଲୋକଙ୍କର ପ୍ରଥମ ପସନ୍ଦ ।

