୨୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିବା ପରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦଘାଟନୀ ସମାରୋହରେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ କ୍ରୀଡ଼ାର ଶୁଭାରମ୍ଭ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡ଼ାର ମହତ୍ୱ ବିଷୟରେ ଆଲୋକପାତ କରାଇଥିଲେ ।
