୨୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଆଗାମୀ ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଅନ୍ୟ ବରିଷ୍ଠ ପଦାଧିକାରୀ ଏବଂ ଜିଲ୍ଲାପାଳ ଖୋର୍ଦ୍ଧା ଉପସ୍ଥିତ ଥିବା ବେଳେ ଜିଲ୍ଲାପାଳ, ପୁରୀ, ଜିଲ୍ଲାପାଳ, ମୟୂରଭଞ୍ଜ ଏବଂ ନୌସେନା ବିଭାଗର ଅଧିକାରୀ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ବୈଠକରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
