Home ଓଡ଼ିଶା ପ୍ରାଥମିକ ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଅବସର ନେଇଥିବା ୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ୨୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ନୟଗଡ଼ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ଶିକ୍ଷକ ସଙ୍ଘକୁ ନେଇ ଗଠିତ ହୋଇଥିବା ପ୍ରାଥମିକ ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ଆଜି ଏକ ସମୂହ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶାର ବାଚସ୍ପତି ସୁରମା ପାଢ଼ୀ, ସମ୍ମାନିତ ଅତିଥି ଭାବେ ପୁରୀ ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ ଶିକ୍ଷା ଅଧିକାରୀଣୀ ବନଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ l ଅତିଥିମାନଙ୍କୁ ସ୍ମୃତି ଫଳକ ପ୍ରଦାନ କରାଯାଇଥିଲା l ଏଥିରେ ଅବସର ନେଇଥିବା ୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ଅତିଥିବୃନ୍ଦ ଏହିଭଳି କାର୍ଯ୍ୟକ୍ରମ ପ୍ରତି ବର୍ଷ କରି ଶିକ୍ଷକମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଥିଲେ l ଶିକ୍ଷକମାନେ ଶିକ୍ଷକ ଭବନ କାର୍ଯ୍ୟକୁ ସମ୍ପୂର୍ଣ କରିବା ପାଇଁ ବାଚସ୍ପତି ମହୋଦୟାଙ୍କୁ ନିବେଦନ କରିଥିଲେ l ଏହି କାର୍ଯ୍ୟକ୍ରମରେ ସମନ୍ୱୟ ଶିକ୍ଷକ ସମିତିର ସମସ୍ତ କର୍ମକର୍ତ୍ତାଙ୍କ ସହ ଶିକ୍ଷକ ଶିକ୍ଷୟତ୍ରୀମାନେ ଯୋଗ ଦେଇଥିଲେ l Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ by Proprietor Abhimanyu Maharana September 7, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା by Proprietor Abhimanyu Maharana September 7, 2026 Soulful Sarod of Virtuoso Pt. Tejendra Majumdar and Captivating Odissi by Smt by Proprietor Abhimanyu Maharana September 7, 2026 ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା... by Proprietor Abhimanyu Maharana September 7, 2026 ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026