୨୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜରେ ସମ୍ବିଧାନ ଦିବସ ଆୟୋଜିତ ହୋଇଯାଇଅଛି l ଉକ୍ତ ସଭାରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ସଭାପତିତ୍ବ କରିଥିବାବେଳେ ଶତାଧିକ ଛାତ୍ରଛାତ୍ରୀଙ୍କୁ ଭାରତୀୟ ସମ୍ବିଧାନ ଓ ଏହାର ସାଧାରଣ ଜୀବନରେ ଉପାଦେୟତା ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଥିଲେ l ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ବାରା ସମବେତ ଭାବରେ ସମ୍ବିଧାନର ପ୍ରିଆମ୍ବଲ୍ ପାଠ କରାଯାଇଥିଲା l ଏହି ଅବସରରେ “ଏକ ରାଷ୍ଟ୍ର-ଏକ ନିର୍ବାଚନ” ବିଷୟ ସମ୍ପର୍କରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା l

