Home ଓଡ଼ିଶା ମାଲ୍ୟବନ୍ତ ମହୋତ୍ସବକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବା ନିମନ୍ତେ ସମ୍ମତି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଆଜି ଭୁବନେଶ୍ୱର ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ସ୍ଥାନୀୟ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଓ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ଉପସ୍ଥିତ ଥିଲେ। ସେହିପରି ଉପ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମଧ୍ଯ ମହୋତ୍ସବରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରାଯାଇଛି। ଏଥି ନିମନ୍ତେ ବିଭାଗ ପକ୍ଷରୁ ବିଧିବଧ ସମ୍ମତି ନିମନ୍ତେ ଅପେକ୍ଷା କରାଯାଇଛି। ସୂଚନା ଥାଉ କି ମାଲ୍ୟବନ୍ତ ମହୋତ୍ସବ ଡ଼ିସେମ୍ବର ୧୩ ରୁ ୧୫ ଓ ପଲ୍ଲୀଶ୍ରୀ ମେଳା ଡ଼ିସେମ୍ବର ୧୩ ରୁ ୧୭ ପର୍ଯ୍ୟନ୍ତ ସ୍ଥାନୀୟ ଡିଏନକେ ପଡିଆ ଠାରେ ଆୟୋଜନ କରାଯିବ। ତତ୍ ସହିତ ସେହି ସମୟରେ ଆଦିବାସୀ ପଡିଆ ଠାରେ କୃଷି ମେଳା ମଧ୍ଯ ଆୟୋଜନ କରାଯିବ। Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026