Home ଓଡ଼ିଶା ରାଷ୍ଟ୍ରୀୟ 108 କୁଣ୍ଡୀୟ ମହାଯଜ୍ଞ ଦର୍ଶନକଲେ କଣ୍ଟାବାଞ୍ଝିର ବିଧାୟକ ଲକ୍ଷ୍ମଣ ବାଗ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଜୟଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ଯଜ୍ଞମଣ୍ଡପ ପଣ୍ଡିତ ବିଷ୍ଣୁ ଚରଣ ପଣ୍ଡା ଜୀ ମହାରାଜଙ୍କ ସୁନ୍ଦରକାଣ୍ଡ ପାଠ ୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :- ଶ୍ରୀରାମ ସୁନ୍ଦରକାଣ୍ଡ ଚାରିଟେବୁଲ ଟ୍ରଷ୍ଟ (ଗୋବିନ୍ଦ ଗୋଧାମ ଗୋଶାଳା) ଏବଂ ରାଜସ୍ଥାନର ଶ୍ରୀ ସୀତାରାମ ଦାସ ଜୀ ମହାରାଜ ବଲଡାଧାମ ବିକାଶ ସମିତି ମିଳିତ ଆନୁକୁଲ୍ୟରେ ରାଷ୍ଟ୍ରୀୟ 108 କୁଣ୍ଡୀୟ ଶ୍ରୀ ଶ୍ରୀ 1008 ଶ୍ରୀ ଜଗନ୍ନାଥ ପରମବ୍ରହ୍ମ ବିଶ୍ୱ କଲ୍ୟାଣ ଶାନ୍ତି ମହାଯଜ୍ଞରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହରାଇଥିବା କଣ୍ଟାବାଞ୍ଝିର ବିଧାୟକ ଲକ୍ଷ୍ମଣ ବାଗ । ସେ କହିଥିଲେ ବିଶ୍ୱରେ ଗୋମାତାଙ୍କ ସୁରକ୍ଷା କରିବାରେ ଭାରତ ଏକ ନମ୍ବର ଏବଂ ଦେଶରେ ଗୋ-ସୁରକ୍ଷା କ୍ଷେତ୍ରରେ ଓଡିଶା ଏକ ନମ୍ବର । ପୁରୀରେ ଆୟୋଜିତ ଏହି ମହାଯଜ୍ଞ ଗୋସୁରକ୍ଷା କ୍ଷେତ୍ରରେ ସମସ୍ଥଙ୍କୁ ଅନୁପ୍ରାଣିତ କରି ଆଧ୍ୟାତ୍ମିକ ଭାବନା ଜାଗ୍ରତ କରିବ । ଏହାପରେ ରାଜସ୍ଥାନ ବଲଡାଧାମର ପ୍ରସିଦ୍ଧ ସନ୍ଥ ଶ୍ରୀ ଶ୍ରୀ 108 ଶ୍ରୀ ସୀତାରାମ ଦାସ ଜୀ ମହାରାଜଙ୍କର ଦର୍ଶନ କରିଥିଲେ । ଯଜ୍ଞସ୍ଥଳରେ ପୁରୀ ଜିଲ୍ଲା ୱାଟକୋର ମହାପ୍ରବନ୍ଧକ ବିକ୍ରମ ରାଉତ ଯୋଗଦେଇ ଯଜ୍ଞକୁଣ୍ଡ ଦର୍ଶନ ସହିତ ଯଜ୍ଞସ୍ଥଳର ପାବନ ବାତାବରଣରେ ନିଜକୁ ହଜାଇ ଦେଇଥିଲେ ।ଅପରାହ୍ନରେ ଗୋବିନ୍ଦ ଗୋଧାମ ଗୋଶାଳାର ପ୍ରତିଷ୍ଠାତା ତଥା ସଂପାଦକ ପଣ୍ଡିତ ବିଷ୍ଣୁ ଚରଣ ପଣ୍ଡା ଜୀ ମହାରାଜଙ୍କ ଦ୍ୱାରା ସଙ୍ଗୀତମୟ ସୁନ୍ଦରକାଣ୍ଡ ପାଠ କରାଯାଇଥିଲା । ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ଉପସ୍ଥିତ ରହି ଜୟଶ୍ରୀରାମ ଧ୍ୱନିରେ ଯଜ୍ଞସ୍ଥଳକୁ ରାମମୟ କରିଥିଲେ । ସମସ୍ତ ଅତିଥିମାନଙ୍କୁ ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷା ରଞ୍ଜିତା ପାଢୀ, ଗୋବିନ୍ଦ ଗୋଧାମ ଗୋଶାଳାର ପ୍ରତିଷ୍ଠାତା ତଥା ସଂପାଦକ ପଣ୍ଡିତ ବିଷ୍ଣୁ ଚରଣ ପଣ୍ଡା ଜୀ ମହାରାଜ ସ୍ୱାଗତ କରିଥିଲେ । ଆଜିର କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ତଥା ଟ୍ରଷ୍ଟର ମୁଖପାତ୍ର ବିଷ୍ଣୁଦତ୍ତ ଦାସ ପରିଚାଳନା କରିଥିଲେ । Categories: ଓଡ଼ିଶା, ଦେଶ, ପୁରୀ, ହୋମ୍ Related Content ବରିଷ୍ଠ ଫଟୋ ସାମ୍ବାଦିକଙ୍କ ମାତୃ ବିୟୋଗ by Proprietor Abhimanyu Maharana August 8, 2026 ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ - ସାଂସଦ ଦିଲ୍ଲୀପ ରାୟ by Proprietor Abhimanyu Maharana August 8, 2026 ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ by Proprietor Abhimanyu Maharana August 7, 2026 ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ by Proprietor Abhimanyu Maharana August 7, 2026 ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ by Proprietor Abhimanyu Maharana August 7, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି by Proprietor Abhimanyu Maharana August 7, 2026